ରାଜ୍ୟ

ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ

ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ  ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । 

ମନ୍ତ୍ରୀ କହିଛନ୍ତି ସଂଶୋଧନ ପରେ ୪ ଡେସିମିଲରୁ କମ୍‌ ଜମି ଥିବା ଲୋକଙ୍କୁ ଭୂମିହୀନ ଭାବରେ ପରିଗଣିତ କରାଯିବ। ଯାହାର ୨ ଡେସିମିଲ ଜମି ଥିବ ତାଙ୍କୁ ଅତିରିକ୍ତ ଦୁଇ ଡେସିମିଲ ଜମି ଦେବୁ। ଯାହାର ୩ ଡେସିମିଲ ଥିବ ତାକୁ ୧ ଡେସିମିଲ ଜମି ଦିଆଯିବ। ସେମାନଙ୍କ ଜମିଥିବା ସ୍ଥାନରେ ଅତିରିକ୍ତ ଜମି ଦେବାକୁ ସରକାରଙ୍କ ପକ୍ଷରୁ ଚେଷ୍ଟା କରାଯିବ।

Leave a Reply

Your email address will not be published. Required fields are marked *