ରାଜ୍ୟ

ସନ୍ଧ୍ୟା ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ; ରାତି ପାହିଲେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା

ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁଙ୍କ ଜନ୍ମବେଦିରେ ଶୁକ୍ରବାର ଶ୍ରଦ୍ଧାଳୁମାନେ ଶେଷ ଦର୍ଶନ କରିଛନ୍ତି। ଶ୍ରୀଜିଉମାନେ ଆସନ୍ତାକାଲି (ବୁଧବାର) ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଫେରିଆସିବେ। ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ ଥିବା ରଥ ଉପରେ ବିରାଜିବେ। ବଡ଼ଦାଣ୍ଡ ପୁଣି ଥରେ ଜନସମୁଦ୍ର ପାଲଟିବ। ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନୀରେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବ। ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ମିଳନ ହେବ। 

ଏହା ପୂର୍ବରୁ ଆଜି ଆଡ଼ପ ମଣ୍ଡପରେ ନବମୀ ଅବସରରେ ଶ୍ରୀଜିଉମାନଙ୍କୁ ଲକ୍ଷାଧିକ ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରିଛନ୍ତି। ମୁଣ୍ଡିଆ ମାରି ମନର କଥା କହିଛନ୍ତି। ଶ୍ରଦ୍ଧାଳୁମାନେ ସନ୍ଧ୍ୟା ୬ଟା ଯାଏ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଶାନ୍ତିଶୃଙ୍ଖଳାର ସହ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ସମ୍ମୁଖରେ ବ୍ୟାରିକେଡ କରାଯାଇଥିବା ବେଳେ ନୀତିକୁ ଶୃଙ୍ଖଳିତ କରାଯାଇଥିଲା। ବ୍ୟାପକ ପୁଲିସ ମୁତୟନ କରାଯାଇଥିଲା। 

ପୌରାଣିକ ତଥ୍ୟ ଅନୁଯାୟୀ ଇନ୍ଦ୍ରଦ୍ୟୁମ୍ନ ରାଜା ନବମୀ ତିଥିରେ ତଥା ଆଜିର ଦିନରେ ସଂଧ୍ୟା ସମୟରେ ମହାପ୍ରଭୁଙ୍କ ମୁଖମଣ୍ଡଳକୁ ଦର୍ଶନ କରିଥିଲେ।

Leave a Reply

Your email address will not be published. Required fields are marked *