ରାଜ୍ୟ

ଓଡ଼ିଶା ସମେତ ୬ଟି ରାଜ୍ୟର ୪ଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ ପ୍ରକଳ୍ପ ପାଇଁ ୧୧,୧୬୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ରେଳ ପ୍ରକଳ୍ପ ଗୁଡ଼ିକ ହେଲା: ଇଟାର୍ସି-ନାଗପୁର ଚତୁର୍ଥ ଲାଇନ, ଛତ୍ରପତି ଶମ୍ଭାଜିନଗର (ଔରଙ୍ଗାବାଦ)-ପରଭଣୀ ଲାଇନ ଦୋହରୀକରଣ, ଆଲୁଆବାରି ରୋଡ୍-ନ୍ୟୁ ଜଲପାଇଗୁଡ଼ି ତୃତୀୟ ଓ ଚତୁର୍ଥ ଲାଇନ, ଡାଙ୍ଗପୋଷୀ-ଜରୋଲି ତୃତୀୟ ଓ ଚତୁର୍ଥ ଲାଇନ । ଏହାଦ୍ବାରା ଓଡ଼ିଶା ସମେତ ୬ଟି ରାଜ୍ୟର ୧୩ଟି ଜିଲ୍ଲା ଉପକୃତ ହେବେ ।

ବର୍ଦ୍ଧିତ ଲାଇନ କ୍ଷମତା ଟ୍ରେନର ଗତିଶୀଳତାକୁ ଯଥେଷ୍ଟ ବୃଦ୍ଧି କରିବ, ଯାହା ଫଳରେ ଭାରତୀୟ ରେଳବାଇ ପାଇଁ କାର୍ଯ୍ୟକ୍ଷମ ଦକ୍ଷତା ଏବଂ ସେବା ନିର୍ଭରଯୋଗ୍ୟତା ଉନ୍ନତ ହେବ। ଏହି ଲାଇନ ଦୋହରୀକରଣ ପ୍ରକଳ୍ପଗୁଡ଼ିକ ଟ୍ରେନ ଚଳାଚଳକୁ ସୁବ୍ୟବସ୍ଥିତ କରିବା ଏବଂ ଭିଡ଼ ହ୍ରାସ କରିବା ପାଇଁ ପରିକଳ୍ପନା କରାଯାଇଛି । ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୂତନ ଭାରତର ଦୃଷ୍ଟିକୋଣ ଅନୁରୂପ । ଏହା ସ୍ଥାନୀୟ ଲୋକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି / ସ୍ୱନିଯୁକ୍ତି ସୁଯୋଗ ବୃଦ୍ଧି କରିବ। ଫଳରେ ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ।

ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଆଧାରରେ ଯୋଜନା କରାଯାଇଛି । ପିଏମ ଗତିଶକ୍ତି ଯୋଜନାରେ ସମନ୍ୱିତ ଯୋଜନା ଏବଂ ଅଂଶୀଦାରମାନଙ୍କ ପରାମର୍ଶ ମାଧ୍ୟମରେ ବହୁମୁଖୀ ଯୋଗାଯୋଗ ଏବଂ ଲଜିଷ୍ଟିକ୍ ଦକ୍ଷତା ବୃଦ୍ଧି ଉପରେ ଧ୍ୟାନ ଦିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ଯାତ୍ରୀ, ସାମଗ୍ରୀ ଏବଂ ସେବାର ପରିବହନ ପାଇଁ ସୁଗମ ଯୋଗାଯୋଗ ପ୍ରଦାନ କରିବ।

Leave a Reply

Your email address will not be published. Required fields are marked *